www.samajalive.in
Sunday, December 14, 2025
23.1 C
Bhubaneswar

ପଦୋନ୍ନତିରେ ସଂରକ୍ଷଣ ମୌଳିକ ଅଧିକାର ନୁହେଁ – ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଅନେକ ସମୟରେ ବାଦ ବିବାଦ ଲାଗି ରହୁଥିବା ବେଳେ ସର୍ବୋଚ୍ଚ ନ୍ୟାୟାଳୟ ଏକ ଐତିହାସିକ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ସରକାରୀ ଚାକିରୀ କ୍ଷେତ୍ରରେ ପଦୋନ୍ନତି ପାଇବାକୁ ସଂରକ୍ଷଣ ମୌଳିକ ଅଧିକାର ନୁହେଁ। ଏହି ଆଧାରରେ କୋର୍ଟ କହିଛନ୍ତି, ସଂରକ୍ଷଣ ଆଧାରରେ ଅନୁସୂଚିତ ଜାତି ଓ ଜନଜାତି ପ୍ରାର୍ଥୀଙ୍କୁ ପଦୋନ୍ନତି ଦେବାକୁ ରାଜ୍ୟ ସରକାରଗୁଡିକୁ ନିର୍ଦ୍ଦେଶ ଦେବେ ନାହିଁ। ଏହି ମର୍ମରେ ଜଷ୍ଟିସ ଏଲ.ନାଗେଶ୍ୱର ରାଓ ଏବଂ ହେମନ୍ତ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ସୁପ୍ରିମକୋର୍ଟ ଗତ ଶୁକ୍ରବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରାଖଣ୍ଡ ସରକାର ଅନୁସୂଚିତ ଜାତି ଓ ଜନଜାତି ପ୍ରାର୍ଥୀଙ୍କୁ କୌଣସି ସଂରକ୍ଷଣ ନ ଦେଇ ସରକାରୀ ପଦ ପଦବୀ ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି।

କୋର୍ଟ କହିଛନ୍ତି, ରାଜ୍ୟ ସରକାର ସଂରକ୍ଷଣ ଦେବା ପାଇଁ ବାଧ୍ୟ ନୁହନ୍ତି ଏବଂ ସେ ନେଇ କୋର୍ଟ କୌଣସି ନିର୍ଦ୍ଦେଶ ରାଜ୍ୟକୁ ଦେଇପାରିବେ ନାହିଁ। ତେବେ ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ପ୍ରଶ୍ନ କରିଛି। ଏହା ପୂର୍ବରୁ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ହାଇକୋର୍ଟ ପୂର୍ବରୁ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ତା ଲାଗୁ କରିବ ଉଚିତ ନୁହେଁ ବୋଲି କହିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories