ଭୁବନେଶ୍ବର : ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। ଲିଲି କୁମାରୀ କୁଲୁ ରାଜସ୍ବ ବିଭାଗର ଯୁଗ୍ମ ସଚିବ ହୋଇଥିବା ବେଳେ ଆରାଧନା ଦାସଙ୍କୁ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି।
Popular Categories



