www.samajalive.in
Sunday, December 7, 2025
26.1 C
Bhubaneswar

ଆଇପିଏସ ସ୍ତରରେ ଅଦଳବଦଳ, ପୁଲିସ ନିଯୁକ୍ତି ବୋର୍ଡ ଅଧ୍ୟକ୍ଷା ହେଲେ ବି.ରାଧିକା

ଭୁବନେଶ୍ବର: ଭୁବନେଶ୍ବର: ଭାରତୀୟ ପୁଲିସ ସେବା(ଆଇପିଏସ୍‌) ସ୍ତରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଦଳବଳ କରାଯାଇଛି। ଆଜି ଏନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ବି. ରାଧିକାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି। ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡର ଅଧ୍ୟକ୍ଷା ଭାବେ ବି.ରାଧିକାଙ୍କୁ ନିଯୁକ୍ତି ଦିଆଯାଇଛି। ଏହାସହିତ ରାଜ୍ୟ ଅପରାଧ ବିଧି ବିଜ୍ଞାନଗାରର ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ସମ୍ପାଦନ କରିବେ।

ଓଡ଼ିଶା ରାଜ୍ୟ ପୁଲିସ ଗୃହ ଓ ଉନ୍ନୟନ ନିଗମ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଆଶିଷ ସିଂଙ୍କୁ ଅତିରିକ୍ତ ଦାୟିତ୍ବ ସମ୍ପାଦନ ପାଇଁ ନିଯୁକ୍ତି ମିଳିଛି। ସେହିପରି ଶିଶୁ ବିଭାଗ ଏବଂ ମହିଳା ବିରୋଧୀ ହିଂସାର ଆଇଜି ଭାବେ ଏସ.ସାଇନିଂଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories