ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।
Popular Categories



