www.samajalive.in
Tuesday, December 9, 2025
17.1 C
Bhubaneswar

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘର ବୈଠକ

ପିପିଲି : ପିପିଲି ବ୍ଲକ ଅଞ୍ଚଳର ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସ୍ଥାନୀୟ ଜବାହର ବିଦ୍ୟାପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ରାମଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ୪୦ରୁ ଅଧିକ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀମାନେ ଯୋଗଦେଇ ସେମାନଙ୍କର ଅବସରକାଳୀନ ଅନୁଭୂତିକୁ ବର୍ଣ୍ଣନା କରିଥିଲେ। ଏହି ଅବସରରେ ଦିବଂଗତ ଶିକ୍ଷକ ଓ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ସଂଘର ସଂପାଦକ ଅର୍ଜ୍ଜୁନ ଘଡେଇ ସଂଗଠନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ । ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ କଲ୍ୟାଣ ପାଣ୍ଠି ଗଠନ, ସମସ୍ତଙ୍କ ମଧ୍ୟରେ ସଦ୍‌‌ଭାବ, ସଂପର୍କ ପ୍ରତିଷ୍ଠା ଓ ବିଭିନ୍ନ ସମାଜ ଉପଯୋଗୀ କାର୍ଯ୍ୟକ୍ରମରେ ସହାୟତା, ସର୍ବୋପରି ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ଆଗାମୀ ଦିନରେ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ଶ୍ରୀଘଡେଇ ସୂଚନା ଦେଇଥିଲେ। ସଂଘର ବରିଷ୍ଠ ଉପଦେଷ୍ଠା ବୃନ୍ଦାବନ ଜେନାଙ୍କ ସମେତ ଉପସ୍ଥିତ ସମସ୍ତ ଶିକ୍ଷକମାନେ ସଂଗଠନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ବିଭିନ୍ନ ପ୍ରସ୍ତାବମାନ ଆଗତ କରିଥିଲେ। ଉପସଭାପତି ସଚ୍ଚିଦାନନ୍ଦ ନାୟକ, ସହସଂପାଦକ ରଘୁନାଥ ଜେନା ଓ ରମାକାନ୍ତ ନାୟକ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories