www.samajalive.in
Saturday, December 6, 2025
26.1 C
Bhubaneswar

ଡ଼ାକ୍ତରଙ୍କ ଅବସର ବୟସ ୬୨ରୁ ୬୫କୁ ବୃଦ୍ଧି

ଭୁବନେଶ୍ବର-କଟକ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଜିଲ୍ଲାକୁ ୩୦ କୋଟି ମଞ୍ଜୁର
ଦୁଇ ସହରର ବସ୍ତି ଉପରେ ଅଧିକ ଗୁରୁତ୍ବ ଦେବାକୁ ନିର୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡ଼ାକ୍ତରମାନଙ୍କ ବୟସ ସୀମା ୬୨ ବର୍ଷରୁ ୬୫ ବର୍ଷକୁ ବୃଦ୍ଧି କରିଛନ୍ତି । ରାଜ୍ୟର ଦୁଇ ଜିଲା ଖୋର୍ଧା ଓ କଟକ ଜିଲାର କୋବିଦ ପରିସ୍ଥିତି ସମୀକ୍ଷା ଅବସରରେ ଏହି ଘୋଷଣା କରିଛନ୍ତି । ଏହାବ୍ୟତୀତ ଏହି ଦୁଇ ଜିଲାରେ କୋବିଦ ନିୟନ୍ତ୍ରଣ ନିମନ୍ତେ ୩୦ କୋଟି ଟଙ୍କା ଅତିରିକ୍ତ ପାଣ୍ଠି ମଞ୍ଜୁର କରିବା ସହ ଦୁଇ ସହରର ବସ୍ତିଗୁଡ଼ିକ ଉପରେ ଅଧିକ ଫୋକସ କରିବାକୁ ନିର୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା  ଓ କଟକ ଜିଲ୍ଲାକୁ ରାଜ୍ୟ ବାହାରୁ ଏକ ଲକ୍ଷରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ଖୋର୍ଦ୍ଧା (ଭୁବନେଶ୍ବର) ଓ କଟକ ଜିଲ୍ଲାରେ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଖୋର୍ଦ୍ଧା ଜିଲ୍ଲାରେ ସୁସ୍ଥତା ହାର ୭୦% ଥିବାବେଳେ କଟକ ଜିଲ୍ଲାରେ ଏହା ୭୧ % ରହିଛି, ଯାହାକି ଜାତୀୟ ହାର ୬୩ %ରୁ ଅଧିକ । ଏଥିପାଇଁ ଆଜି ଦୁଇ ଜିଲ୍ଲାର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଓ କଟକ ଜିଲ୍ଲାର କୋଭିଡ ପରିଚାଳନା ଟିମ୍‌କୁ ଧନ୍ୟବାଦ ଜଣାଇଥିଲେ।  ଏହା ସହିତ, ନୂଆ କୋଭିଡ ଡାକ୍ତରଖାନା ଓ କୋଭିଡ କେୟାର ହୋମ୍‌ ପରିଚାଳନା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ୨୦ କୋଟି ୬୪ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରିଛନ୍ତି।
କୋଭିଡ ପରିସ୍ଥିତିରେ ଡାକ୍ତର ମାନଙ୍କ ଗୁରୁ ଦାୟିତ୍ବ ରହିଛି। ଏହାକୁ ଦୃଷ୍ଟିରେ ରଖି  ଡାକ୍ତର ମାନଙ୍କ ଅବସର ବୟସକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଥିଲେ। ଏହାସହିତ ଇଏସଆଇ ବିଭାଗରେ କାମ କରୁଥିବା ଡ଼ାକ୍ତରମାନଙ୍କ କ୍ଷେତ୍ରରେ ଏହାକୁ ଲାଗୁ କରିବାକୁ ନିର୍ଦେଶ ଦେଇଛନ୍ତି ।
ଏହି ଅବସରରେ କୋଭିଡ-୧୯ ବିରୁଦ୍ଧରେ ଚାଲିଥିବା ଯୁଦ୍ଧରେ ସାମିଲ ହୋଇ ନୂଆ କୋଭିଡ କେୟାର ହୋମ୍‌ ଓ କୋଭିଡ କେୟାର ସେଣ୍ଟର ସ୍ଥାପନ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅନୁଷ୍ଠାନ ଓ କର୍ପୋରେଟ୍‌ ସେକ୍ଟର ମାନଙ୍କୁ ଆହ୍ବାନ ଜଣାଇଛନ୍ତି।

- Advertisement -

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories