www.samajalive.in
Friday, December 5, 2025
26.1 C
Bhubaneswar

ଏମିତି ଆମେ ମୃତ୍ୟୁ, ଗୀତ ଗାଉ ଗାଉ ଟଳି ପଡିଲେ ଅତିରିକ୍ତ ଜିଲ୍ଲାପାଳ

ଗଜପତି : ମୃତ୍ୟୁ ଏମିତି ଆସିବ କେହି କେବେ ଚିନ୍ତା କରିନଥିବେ । ଖୁସିରେ ଷ୍ଟେଜରେ ଗୀତ ଗାଇବା ବେଳେ ହଠାତ ତଳେ ପଡିଗଲେ ଅତିରିକ୍ତ ଜିଲ୍ଲାପାଳ । ସେଠାରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ପାରଳାଖେମୁଣ୍ଡିରେ । ମୃତ ଅତିରିକ୍ତ ଜିଲ୍ଲାପାଳ ହେଲେ ବୀରେନ୍ଦ୍ର ଦାସ । ଶାନ୍ତିପୂର୍ଣ୍ଣ ଭାବରେ ନିର୍ବାଚନ ଶେଷ ହେବା ପରେ ଖୁସିରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଖୁସିରେ ଗୀତ ଗାଇଥିଲେ ବୀରେନ୍ଦ୍ର । ତାଙ୍କ ଗୀତରେ ସମସ୍ତେ ଝୁମୁଥିବା ବେଳେ ହଠାତ ଷ୍ଟେଜରେ ସେ ଟଳି ପଡିଥିଲେ । ତୁରନ୍ତ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲକୁ ନିଆଯାଇଥିଲା, ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅତିରିକ୍ତ ଜିଲ୍ଲାପାଳଙ୍କ ଏଭଳି ଅସ୍ୱାଭାବିକ ମୃତ୍ୟୁକୁ କେହି ଗ୍ରହଣ କରିପାରୁନାହାଁନ୍ତି । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିବା ବେଳେ ବୀରେନ୍ଦ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories