www.samajalive.in
Sunday, December 7, 2025
18.1 C
Bhubaneswar

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବାଙ୍ଗିରିପୋଷି ଓ ବିଶୋଇ ବ୍ଲକ୍‌ର କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ଜନିତ କୁଆପଥର ବର୍ଷାରେ ବ୍ୟାପକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିବାବେଳେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରଭାବିତ ଅଞ୍ଚଳ ଗସ୍ତରେ ଯାଇଥିଲେ । ବାଙ୍ଗିରିପୋଷି ବ୍ଲକ୍‌ର ସୋରାସପୋଷି, ହାଣଦା, ସିଲପୁଞ୍ଜି, ମଣଦା, ମହୁଲବରେଇ ଓ ବିଶୋଇ ବ୍ଲକ୍‌ର ମୂଷାମାରି, ପୁଣ୍ଡିଦା, ଖଡମବେଢ଼ା, ସାରସପଡ଼ା, କେଶରଗଡ଼ିଆ ଆଦି ସ୍ଥାନର ସ୍ଥିତି ବୁଲି ଦେଖିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ଆବଶ୍ୟକ କ୍ଷତିପୂରଣ ଯୋଗାଇ ଦିଆଯିବ ଓ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କ୍ଷତିଗ୍ରସ୍ତ ହିତାଧିକାରୀମାନଙ୍କୁ ମଧ୍ୟ ଅନ୍ତ୍ୟୋଦୟ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ ।
ମୟୂରଭଞ୍ଜ ଜିଲ୍ଲାର ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତିର ଆକଳନ ଅନୁଯାୟୀ ସରକାରଙ୍କ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୧୯ କୋଟି ୬୫ ଲକ୍ଷ ୧୦ ହଜାର ୬୫୮ ଟଙ୍କା ପ୍ରଦାନ କରାଯାଇଛି। କ୍ଷତିଗ୍ରସ୍ତ ଅଞ୍ଚଳରେ ପଲିଥିନ୍‌ ଯୋଗାଇ ଦିଆଯାଇଥିବାବେଳେ ଆଶ୍ରୟ ସ୍ଥଳରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ମନ୍ତ୍ରୀ ଶ୍ରୀ ପୂଜାରୀ ରିଲିଫ କ୍ୟାମ୍ପ ରେ ଆଶ୍ରୟ ନେଇଥିବା ଲୋକମାନଙ୍କ ସହ ମିଶି ଭୋଜନ କରିବା ସହ ଅସ୍ଥାୟୀ ହେଲିପ୍ୟାଡ଼ ଠାରେ ସ୍ଥିତିର ସମୀକ୍ଷା କରିଥିଲେ ଅସନ୍ତାକାଲି ସୁଦ୍ଧା ଗୃହ ମରାମତି, ଆବଶ୍ୟକ ଲୁଗାପଟା, ବାସନକୁସନ ପାଇଁ ଆର୍ଥୀକ ସହାୟତା ଯୋଗାଇଦେବା ପାଇଁ ନିର୍ଦେଶ ଦେଇଥିଲେ।
ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ  ଗଣେଶ ରାମ ସିଂଖୁଣ୍ଟିଆ, ସାରସକଣା ବିଧାୟକ ଭାଦବ ହାଁସଦା, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ରାଇରଙ୍ଗପୁର ବିଧାୟକ ଜଲେନ୍‌ ନାୟକ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ ଓ ଜିଲ୍ଲାପାଳ ହେମକାନ୍ତ ସୟ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories