www.samajalive.in
Sunday, December 14, 2025
19.1 C
Bhubaneswar

କୃଷିମନ୍ତ୍ରୀଙ୍କ ଦ୍ୱାରା ଉନ୍ନୟନ କାର୍ଯ୍ୟର ସମୀକ୍ଷା

ଆଠଗଡ : ଆଠଗଡ ବିଧାୟକ ତଥା ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶୁକ୍ରବାର ଅପରାହ୍ନରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଠଗଡ ଓ ତିଗିରିଆ ବ୍ଲକ ଅଞ୍ଚଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ସମସ୍ତ ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ବୈଠକରେ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ, ବିଡିଓ ପ୍ରଦୀପ କୁମାର ସାହୁ, ତହସିଲଦାର ପ୍ରିୟବ୍ରତ ଦାସ, ସିଡିପିଓ ନିବେଦିତା ରାୟ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁପ୍ରସାଦ ଖାଡେଙ୍ଗା ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ସମୀକ୍ଷା ସମୟରେ ବିଶେଷକରି ଅଙ୍ଗନୱାଡି ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ବିଭିନ୍ନ ସିଏଚସି ଓ ପିଏଚସିର ବିକାଶ, ବିଭିନ୍ନ ପଞ୍ଚାୟତରେ ସଇରାତ ନିଲାମ, ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସଂପର୍କରେ ଆଲୋଚନା କରାଯାଇଥିବାବେଳେ ଉତ୍କଳ ଦିବସ ପାଳନ ସଂପର୍କରେ ମଧ୍ୟ ମନ୍ତ୍ରୀ ଆଲୋଚନା କରିଥିଲେ। ଅଙ୍ଗନୱାଡି ଗୃହ ଓ ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ଜାଗା ନିରୂପଣ ଓ ଯୋଗାଣ ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ନୂତନ ଭାବେ ୬ଜଣ ଅଙ୍ଗନୱାଡି କର୍ମୀଙ୍କୁ ଶ୍ରୀ ସ୍ୱାଇଁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories