www.samajalive.in
Sunday, December 14, 2025
26.1 C
Bhubaneswar

ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ପ୍ରଘଟ ଉପରେ ରହିବ ନଜର

ଭୁବନେଶ୍ୱର : ଏପ୍ରିଲ ୧୪ ତାରିଖରେ ସାରା ରାଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଳିତ ହେବ। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା  ସୋମବାର ପାଳନ ହେବାକୁ ଯାଉଥିବା ହନୁମାନ ଜୟନ୍ତୀକୁ ଶୃଙ୍ଖଳିତ ଭାବେ ପାଳନ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ।

- Advertisement -

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସମ୍ବେଦନଶୀଳ ଜିଲା ଗୁଡିକରେ ପୁଲିସ ପକ୍ଷରୁ ବ୍ୟାପକ ପୁଲିସ ଫୋର୍ସ ମୃତୟନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସଦାସର୍ବଦା ସତର୍କତା ଏବଂ ଯେକୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥିନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ।

ବିଶେଷକରି ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ପ୍ରଘଟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ଏହି ବୈଠକରେ  ଅତିରିକ୍ତ ମୁଖ୍ୟ ଶାସନ ସଚିବ  ସତ୍ୟବ୍ରତ ସାହୁ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା)  ସଞ୍ଜୟ କୁମାର, ଆଇଜି( ଗୁଇନ୍ଦା)  ଜୟ ନାରାୟଣ ପଙ୍କଜ, ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ  ଆର୍ ପି କୋଚେ,  ସମସ୍ତ ରେଞ୍ଜର ଆଇଜି, ଡିଆଇଜି, ସମସ୍ତ ଜିଲାର ଜିଲାପାଳ ଓ ଏସପି ପ୍ରମୁଖ ଆଭାସୀ ମାଧ୍ୟମରେ ଅଂଶଗ୍ରହଣ କରିଥିଲେ।

 

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories