www.samajalive.in
Monday, December 15, 2025
16.1 C
Bhubaneswar

ଯୁଦ୍ଧକାଳୀନ ଭିତ୍ତିରେ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଆଠଗଡ/ଗୁରୁଡିଝାଟିଆ :  ଆଠଗଡ ଓ ତିଗିରିଆ ବ୍ଲକ ଅଞ୍ଚଳରେ ଚଳିତ ମହାନଦୀ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ସେ ସବୁ କ୍ଷୟକ୍ଷତିର ଆକଳନ ଯୁଦ୍ଧକାଳୀନ ଭିତ୍ତିରେ କରିବା ଉପରେ ଉପଜିଲ୍ଲାପାଳ ଗୁରୁତ୍ୱାରୋପ କରି ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନିର୍ଦ୍ଦେଶ କ୍ରମେ ଆଠଗଡ ବ୍ଲକ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ କୃଷି, ଉଦ୍ୟାନ କୃଷି, ପ୍ରାଣୀ ସଂପଦ, ମତ୍ସ୍ୟ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‍,  କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ, ଜଳସେଚନ, ଶିକ୍ଷା, ବୟନ ଶିଳ୍ପ, ଶିଶୁ ବିକାଶ ବିଭାଗର ଚଳିତ ବନ୍ୟାରେ ହୋଇଥିବା କ୍ଷୟକ୍ଷତି ସଂପର୍କରେ ଆଲୋଚନା କରିଥିଲେ । ଏହି ସମସ୍ତ ବିଭାଗୀୟ ଅଧିକାରୀ ସେମାନଙ୍କ ବିଭାଗରେ ହୋଇଥିବା ବିଭିନ୍ନ କ୍ଷୟକ୍ଷତି ସଂପର୍କରେ ସମ୍ୟକ ସୂଚନା ଦେଇଥିଲେ। ତେବେ ଏହି କ୍ଷୟକ୍ଷତିର ଆକଳନର ସଂପୂର୍ଣ୍ଣ ଓ ସଠିକ୍‍ ବିବରଣୀ ଆସନ୍ତା ୨୪ତାରିଖ ମଧ୍ୟରେ ଦେବା ପାଇଁ ଉପଜିଲ୍ଲାପାଳ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଆଠଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ଦାସ, ତିଗିରିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଣବ କୁମାର ବେହେରା, ମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି ରଞ୍ଜନ କୁମାର ଆଚାର୍ଯ୍ୟ, ଆଠଗଡ ତହସିଲଦାର ପ୍ରିୟବ୍ରତ ଦାସ, ତିଗିରିଆ ତହସିଲଦାର ପ୍ରମୋଦ କୁମାର ବାସ୍କେ, ତିଗିରିଆ ବ୍ଲକ ଅଧ୍ୟକ୍ଷା ସ୍ନିଗ୍ଧାରାଣୀ ନାୟକ, ଜିଲ୍ଲାପରିଷଦ ସଭ୍ୟ ବଳଭଦ୍ର ବାଘ, ବ୍ରହ୍ମପୁର ସିଏଚସି ଅଧିକ୍ଷକ ଡାକ୍ତର ଦିଲ୍ଲୀପ ଦାସ, ଆଠଗଡ ଡାକ୍ତରଖାନାର ଡାକ୍ତର ଦିଲ୍ଲୀପ ରଞ୍ଜନ ପାତ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଗ୍ରାମପଞ୍ଚାୟତ ସଂପ୍ରସାରଣ ଅଧିକାରୀ ଗଗନ ବିହାରୀ ଷଡଙ୍ଗୀ ବୈଠକରେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories