www.samajalive.in
Sunday, December 14, 2025
17.1 C
Bhubaneswar

ଚଳିତ ବର୍ଷଠାରୁ କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ

ଭୁବନେଶ୍ବର: ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ ଏବେ ଶିଶୁ ଭବନ ଛକ ଏକ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟ ଆରମ୍ଭ କରିଛି। ୨୦୨୧ ଜୁଲାଇ ମାସରେ ବିଧାନ ସଭାରେ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍ ପାସ ହୋଇଥିଲା। ଏସସିବି ମେଡ଼ିକାଲ କଲେଜ ଏବଂ ହସପିଟାଲର ଡିନ ଓ ପ୍ରିନ୍ସପାଲ ପ୍ରଫେସର ଦତେଶ୍ୱର ହୋତାଙ୍କୁ ଓଏସ୍ଡ଼ି ଭାବରେ ନିଯୁକ୍ତି କରାଯାଇଥିଲା। ଏହା ମଧ୍ୟରେ ବିଶ୍ୱ ବିଦ୍ୟାଳୟର ୱେବସାଇଟ୍ କାର୍ଯ୍ୟ ଆରମ୍ଭ କରାଯାଉଅଛି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ ଚଳିତ ବର୍ଷଠାରୁ କାର୍ଯ୍ୟକ୍ଷମ ହେବ।

ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଭୁବନେଶ୍ୱର ସହର ଉପକଣ୍ଠରେ ୨୦ରୁ ୨୫ ଏକର ଜାଗା ଆବଶ୍ୟକ ଥିବାବେଳେ, ଜାଗା ଚିହ୍ନଟ ପାଇଁ ଏକ କମିଟି ଗଠନ କରାଯାଇଛି। ଭବିଷ୍ୟତରେ ଏହାକୁ ଏକ ସ୍ୱୟଂଶାସିତ ଓ ଉତ୍କର୍ଷ କେନ୍ଦ୍ର ଭାବରେ ପ୍ରତିଷ୍ଠା କରାଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜାତୀୟ ସ୍ୱାସ୍ଥ୍ୟ ମିଶନର ପରିଚାଳନା ନିର୍ଦ୍ଦେଶକ, ଶାଳିନୀ ପଣ୍ଡିତ, ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଡ଼ା ବୃନ୍ଦା ଡି, ଡିଏମ୍ଇଟି, ଡ଼ା ରମା ରମଣ ମହାନ୍ତି, ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟର ଓଏସଡି ପ୍ରଫେସର ଦତେଶ୍ବର ହୋତା ଏବଂ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories