ଜମ୍ମୁ-କଶ୍ମୀରରେ ସୁରକ୍ଷା ସ୍ଥିତି ଓ ଅମରନାଥ ଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ
ଡେସ୍କ: ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ଏବଂ ଅମରନାଥ ଯାତ୍ରା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, କେନ୍ଦ୍ର ଗୃହ ସଚିବ, ସେନା, ପୁଲିସ, ଜମ୍ମୁ-କଶ୍ମୀର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। ଗତ ଶୁକ୍ରବାର ଦିନ ନୂଆଦିଲ୍ଲୀରେ ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକରେ ଶ୍ରୀ ଶାହା ଜମ୍ମୁ-କଶ୍ମୀର ସୁରକ୍ଷା ସ୍ଥିତିର ସମୀକ୍ଷା କରିଥିଲେ।
Comments are closed.