www.samajalive.in
Sunday, December 14, 2025
26.1 C
Bhubaneswar

ଆରଜି କର ହସ୍ପିଟାଲ ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ଆଜୀବନ କାରାଦଣ୍ଡ

କଲକାତା: ପଶ୍ଚିମବଙ୍ଗର ରାଜଧାନୀ କଲକାତାର ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୋମବାର ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଦିନ ୨ଟା ୪୫ ସମୟରେ ସିଆଲଦା କୋର୍ଟ ନିଜ ରାୟ ଶୁଣାଇ ଦୋଷୀ ସଞ୍ଜୟ ରାୟକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ମୃତ୍ୟୁ ପର୍ଯ୍ୟନ୍ତ ଜେଲ୍‌ରେ ରହିବ ସଞ୍ଜୟ। ଏଥିସହ ଦୋଷୀ ଉପରେ ୫୦ ହଜାର ଟଙ୍କାର ଜରିମାନା ଲଗାଇଛନ୍ତି ଅଦାଲତ। ମାମଲାରେ ପୀଡ଼ିତାଙ୍କ ପରିବାର ସହ ସିବିଆଇ ଫାଶୀ ଦଣ୍ଡ ଦାବି କରିଥିବାବେଳେ ଏହା ବିରଳରୁ ଅତି ବିରଳତମ ମାମଲା ନୁହେଁ ବୋଲି କହି ସିଆଲଦା କୋର୍ଟର ବିଚାରପତି ଅନିର୍ବନ୍‌ ଦାସ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କ ପରିବାରକୁ ତାଙ୍କ ମୃତ୍ୟୁ ପାଇଁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଏବଂ ଅତିରିକ୍ତ ୭ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ରାଜ୍ୟକୁ ନିର୍ଦେଶ ଦେଇଛନ୍ତି କୋର୍ଟ।

 

- Advertisement -

 

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories