www.samajalive.in
Saturday, December 13, 2025
26.1 C
Bhubaneswar

ଆରଜି କର ହସ୍ପିଟାଲ ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ଆଜୀବନ କାରାଦଣ୍ଡ

କଲକାତା: ପଶ୍ଚିମବଙ୍ଗର ରାଜଧାନୀ କଲକାତାର ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୋମବାର ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଦିନ ୨ଟା ୪୫ ସମୟରେ ସିଆଲଦା କୋର୍ଟ ନିଜ ରାୟ ଶୁଣାଇ ଦୋଷୀ ସଞ୍ଜୟ ରାୟକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ମୃତ୍ୟୁ ପର୍ଯ୍ୟନ୍ତ ଜେଲ୍‌ରେ ରହିବ ସଞ୍ଜୟ। ଏଥିସହ ଦୋଷୀ ଉପରେ ୫୦ ହଜାର ଟଙ୍କାର ଜରିମାନା ଲଗାଇଛନ୍ତି ଅଦାଲତ। ମାମଲାରେ ପୀଡ଼ିତାଙ୍କ ପରିବାର ସହ ସିବିଆଇ ଫାଶୀ ଦଣ୍ଡ ଦାବି କରିଥିବାବେଳେ ଏହା ବିରଳରୁ ଅତି ବିରଳତମ ମାମଲା ନୁହେଁ ବୋଲି କହି ସିଆଲଦା କୋର୍ଟର ବିଚାରପତି ଅନିର୍ବନ୍‌ ଦାସ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କ ପରିବାରକୁ ତାଙ୍କ ମୃତ୍ୟୁ ପାଇଁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଏବଂ ଅତିରିକ୍ତ ୭ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ରାଜ୍ୟକୁ ନିର୍ଦେଶ ଦେଇଛନ୍ତି କୋର୍ଟ।

 

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories