www.samajalive.in
Sunday, December 14, 2025
14.1 C
Bhubaneswar

ଜାନକୀ ପଟ୍ଟନାୟକଙ୍କୁ ଯୁବ କଂଗ୍ରେସର ଶ୍ରଦ୍ଧାଞ୍ଜଳି

ଆଠଗଡ :  ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୭ମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆଠଗଡ ଯୁବ କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ରାସରସିକପୁରସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଆଠଗଡ ଯୁବକଂଗ୍ରେସ ସଭାପତି ବିକ୍ରମ ରାୟସାମନ୍ତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଟକ ଜିଲ୍ଲା ଯୁବକଂଗ୍ରେସ ଉପସଭାପତି ତଥା ୩ନଂ ୱାର୍ଡର ନବ ନିର୍ବାଚିତ ପାରିଷଦ ମନୋରଞ୍ଜନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ରାଜ୍ୟର ବିକାଶ କ୍ଷେତ୍ରରେ ଅବଦାନ ତାଙ୍କୁ ଚିର ଅମର କରି ରଖିବ ବୋଲି ମତବ୍ୟକ୍ତ କରିଥିଲେ । ସ୍ୱର୍ଗତ ପଟ୍ଟନାୟକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଅବସରରେ ଶ୍ରୀ ପଟ୍ଟନାୟକଙ୍କ ସମେତ ଯୁବକଂଗ୍ରେସ ସଭାପତି ଶ୍ରୀ ରାୟସାମନ୍ତ ଓ ଅନ୍ୟମାନେ ଜାନକୀ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ପରେ ଆଠଗଡ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାଧିନ ରୋଗୀଙ୍କୁ ସେମାନେ ଫଳ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୁବକଂଗ୍ରେସ ସଂପାଦକ ପ୍ରଶାନ୍ତ ବେହେରା, ଯୁବ ସଂଗଠକ ଶ୍ରୀତମ ଦାସ, ସମ୍ବିତ ଦଳାଇ, ମନୋରଞ୍ଜନ ସେଠୀ, ଚନ୍ଦନ ସାହୁ, ନିଖିଳ ବେହେରାଙ୍କ ସମେତ ବହୁ କର୍ମୀ ଯୋଗଦାନ କରି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories