www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠଙ୍କ ପରଲୋକ

ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠଙ୍କ ପରଲୋକ ଘଟିଛି। ରବିବାର ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଶନିବାର ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ଏହାପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ରିପୁନାଥ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ। ୧୯୯୫ ବିଧାନସଭା ନିର୍ବାଚନରେ ସେ ବିଜେପୁର ଆସନରୁ ନିର୍ବାଚିତ ହେବା ସହ ତତ୍କାଳୀନ ରାଜ୍ୟ ମନ୍ତ୍ରିମଣ୍ଡଳରେ ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିପକ୍ଷରେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ।

- Advertisement -

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories