www.samajalive.in
Sunday, December 7, 2025
15.1 C
Bhubaneswar

ରାଜା ଚାର୍ଲସ-୩ଙ୍କୁ ଭେଟି ବ୍ରିଟେନ ପ୍ରଧାନମନ୍ତ୍ରୀ ଦାୟିତ୍ବ ନେଲେ ଋଷି ସୁନକ

ଲଣ୍ଡନ: ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ। ରାଜା ଚାର୍ଲସ-୩ଙ୍କୁ ଭେଟି ପ୍ରଧାନମନ୍ତ୍ରୀ ଦାୟିତ୍ବ ନେଲେ ସୁନକ। ଗତକାଲି କଞ୍ଜରଭେଟିଭ ପାର୍ଟିର ନେତା ଭାବେ ନିର୍ବାଚିତ ହୋଇଥିଲେ ଋଷି ସୁନକ। ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ପାଇଛନ୍ତି ଋଷି ସୁନକ।


ଆଜି ଋଷି ସୁସନଙ୍କୁ ବ୍ରିଟେନର ରାଜା ଚାର୍ଲସ-୩ ଭେଟିବା ପରେ ବିଧିବଦ୍ଧ ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ବକିଂହାମ ପ୍ୟାଲେସ୍‌ରେ ରାଜା ଚାର୍ଲସ-୩ଙ୍କୁ ଔପଚାରିକ ଭାବେ ଋଷି ସୁନକ ସାକ୍ଷାତ କରିଥିଲେ। ସେହିଠାରେ ବ୍ରିଟେନର ଶାସନ ଭାର ତାଙ୍କୁ ରାଜା ଚାର୍ଲସ-୩ ପ୍ରଧାନମନ୍ତ୍ରୀ ଦାୟିତ୍ବ ହସ୍ତାନ୍ତର କରିଛନ୍ତି।
ଭାରତୀୟ ବଂଶୋଦ୍ଭବ ବ୍ରିଟେନ ନାଗରିକ ୪୨ ବର୍ଷୀୟ ସୁନକ ଗତକାଲି ବ୍ରିଟେନର କ୍ଷମତାସୀନ କଞ୍ଜରଭେଟିଭ ପାର୍ଟିର ନେତା ଭାବେ ନିଯୁକ୍ତି ପାଇଥିଲେ। ନିୟମ ଅନୁସାରେ ଶାସକ ଦଳର ନେତା ହିଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ସେହି ଅନୁସାରେ ଋଷି ସୁନକ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories