www.samajalive.in
Monday, December 15, 2025
26.1 C
Bhubaneswar

ଅଭିନେତା ଋତୁରାଜ ସିଂହଙ୍କ ପରଲୋକ

ମୁମ୍ବଇ: ଲୋକପ୍ରିୟ ଟେଲି ଅଭିନେତା ଋତୁରାଜ ସିଂହ(୫୯)ଙ୍କ ପରଲୋକ ଘଟିଛି। ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଋତୁରାଜଙ୍କ ଘନିଷ୍ଠ ବନ୍ଧୁ ଅମିତ ଭେଲ ତାଙ୍କ ମୃତ୍ୟୁ ସମ୍ବନ୍ଧୀୟ ସୂଚନା ଦେଇଛନ୍ତି। ‘ହୋଗି ଅପନି ବାତ୍’, ‘ଜ୍ୟୋତି’, ‘ହିଟଲର ଦିଦି’, ‘ଶପଥ’, ‘ଆହଟ୍’, ‘ଅଦାଲତ’, ‘ଦିୟା ଔର ବାତି ହମ୍’ ଭଳି ଅନେକ ଟିଭି ଧାରାବାହିକରେ ଅଭିନୟ କରି ସେ ଘରେ ଘରେ ପରିଚିତ ହୋଇଥିଲେ। ବର୍ତ୍ତମାନର ଲୋକପ୍ରିୟ ଧାରାବାହିକ ‘ଅନୁପମା’ରେ ମଧ୍ୟ ଅଭିନୟ କରିିଥିଲେ ଋତୁରାଜ।  ଅଭିନେତାଙ୍କର ଅକାଳ ବିୟୋଗ ଖବର ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେବାସହ ଟିଭି ଜଗତରେ ଶୋକର ଛାୟା ଖେଳିଯାଇଛି। କେହି ଏହାକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ସୂଚନାଯୋଗ୍ୟ, କିଛିଦିନ ଧରି ଅଗ୍ନାଶୟଜନିତ ରୋଗରେ ପୀଡ଼ିତ ଥିଲେ ଋତୁରାଜ ସିଂହ।

ଧାରାବାହିକ ବ୍ୟତୀତ ‘ରାଜନୀତି’, ‘ସତ୍ୟମେବ ଜୟତେ-୨’ ଓ ‘ବଦ୍ରି କି ଦୁଲ୍‌ହନିଆ’ ଭଳି ଲୋକପ୍ରିୟ ବଲିଉଡ ଚଳଚ୍ଚିତ୍ର ସମେତ ଅନେକ ୱେବସିିରିଜରେ ମଧ୍ୟ ଋତୁରାଜ ସିଂହଙ୍କ ନିଖୁଣ ଅଭିନୟ ଦେଖିବାକୁ ମିଳିଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories