www.samajalive.in
Tuesday, December 9, 2025
23.1 C
Bhubaneswar

ବଲାଙ୍ଗୀରରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ସୁନଗଡ ନଦୀରେ ସିକୁଆଁ ପ୍ରକଳ୍ପ ପାଇଁ ୪୯ କୋଟି,
ଅଙ୍ଗ ନଦୀରେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି

ଡେସ୍କ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହି ପ୍ରକଳ୍ପ ଦୁଇଟି ହେଉଛି, ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ଏହାଦ୍ୱାରା ୪ଟି ବ୍ଲକର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ସିକୁଆଁ ପ୍ରକଳ୍ପ ଦ୍ୱାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକ୍ ରେ ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ୱାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍ ର ଜନସାଧାରଣ ଉପକାର ପାଇବେ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories