www.samajalive.in
Monday, December 8, 2025
13.1 C
Bhubaneswar

ବିହାର ନିର୍ବାଚନ: ତେଜସ୍ୱୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ସମାଜ ଡିଜିଟାଲ ଡେସ୍କ: ବିହାରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୬ରେ ହେବାକୁ ଯାଉଛି । ଏହା ପୂର୍ବରୁ ମହାଗଠବନ୍ଧନ ଏକ ବଡ ଘୋଷଣା କରିଛି ।ପାଟନାରେ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଭାବେ ତେଜସ୍ୱୀ ଯାଦବଙ୍କ ନାମ ଘୋଷଣା ହୋଇଛି । ମୁକେଶ ସହାନି ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ୍‌ । ଭିଆଇପି ପାର୍ଟିର ନେତା ମୁକେଶ ସାହନି । ମହାଗଠବନ୍ଧନରେ ଆସନ ବୁଝାମଣାରେ ବିବାଦ ରହୁଥିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ତାହା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି ।

ଲାଲୁ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପ୍ରାର୍ଥୀ ଘୋଷଣା ହେବା ପରେ ସେ କହିଛନ୍ତି ବିହାରରେ ମହାଗଠବନ୍ଧନ ସରକାର ଆସିଲେ ଅନେକ କିଛି ବିକାଶ ହେବ । ଯେଉଁମାନଙ୍କ ପାଖରେ ସରକାରୀ ଚାକିରି ନାହିଁ ସେମାନଙ୍କୁ ସରକାରୀ ଚାକିରି ଦିଆଯିବ । ପ୍ରତ୍ୟେକ ପରିବାରର ଜଣେ ଲେଖାଏଁ ସଦସ୍ୟଙ୍କୁ ଚାକିରି ଦିଆଯିବ ବୋଲି କହିଛନ୍ତି ତେଜସ୍ୱୀ ଯାଦବ । ମୁଖ୍ୟମନ୍ତ୍ରୀ ଚେହେରା ହେବା ପରେ ତେଜସ୍ୱୀ ଯାଦବ କଂଗ୍ରେସ ସମେତ ସମସ୍ତ ସହଯୋଗୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories