www.samajalive.in
Sunday, December 7, 2025
15.1 C
Bhubaneswar

ଦୁର୍ଘଟଣାରେ ସାଇକେଲ ଚାଳକ ଗୁରୁତର

ବାଲେଶ୍ୱର : ପଣପଣା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ନୂଆପଡ଼ା ଗ୍ରାମର ନରେନ୍ଦ୍ର ଜେନା(୫୮) ଗୁରୁତର ହୋଇଛନ୍ତି। ସେ ସାଇକେଲରେ ଯାଉଥିବା ବେଳେ ତାଙ୍କୁ ପିକ୍‍ଅପ୍‍ ଭ୍ୟାନ୍‍ ଧକ୍କା ଦେଇଥିଲା। ପ୍ରଥମେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ପିକ୍‍ଅପ୍‍ ଭ୍ୟାନ୍‍ଟି ଖଣ୍ଟପଡ଼ାରୁ ଗୋପାଳପୁର ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପିକ୍‍ଅପ୍‍ ଭ୍ୟାନ୍‍ଟି ମଧ୍ୟ ଓଲଟିପଡ଼ିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories