www.samajalive.in
Saturday, December 13, 2025
27.1 C
Bhubaneswar

ଗଛରେ ପିଟି ହେଲା ବାଇକ୍: ଘଟଣାସ୍ଥଳରେ ଆରୋହୀ ମୃତ

ରେଢ଼ାଖୋଲ : ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା କନ୍ଧରା ଗ୍ରାମର ଦଶରଥ ପ୍ରଧାନ(୪୨)ନାମକ ଜଣେ ବାଇକ୍‍ ଆରୋହୀଙ୍କର ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୩ଟା ବେଳେ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ରେଢ଼ାଖୋଲ ଥାନା କନ୍ଧରା ଗ୍ରାମର ଦଶରଥ(ଓଡି.୩୧.ଏ.୬୪୨୦) ନଂ ବିଶିଷ୍ଟ ବାଇକ୍‍ ରେ ନିଜ ଗ୍ରାମ ନିକଟସ୍ଥ ରାହାଣ ଗ୍ରାମକୁ କୌଣସି କାମରେ ଯାଇ ଫେରୁଥିବାବେଳେ ବନ୍ଧିଲି ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ଏକ ଗଛରେ ପଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଦୁର୍ଘଟଣାରେ ବାଇକ୍‍ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଦୁର୍ଘଟଣାର ଖବର ପାଇ ରେଢ଼ାଖୋଲ ପୁଲିସ ଘଟଣା ସ୍ଥଳରୁ ଶବ ଓ ବାଇକ୍‍ ଜବତ କରି ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ କରୁଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାମଲ ପ୍ରକାଶ କରିଛନ୍ତି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ ହ୍ୱାଟସଆପ, ସ୍ନାପଚ୍ୟାଟ ଏବଂ ଟେଲିଗ୍ରାମ କମ୍ପାନୀ

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories