www.samajalive.in
Saturday, December 6, 2025
16.1 C
Bhubaneswar

ବୋଲେରୋ-ଟ୍ରକ୍ ଧକ୍କା: ୮ ଗୁରୁତର

ବୌଦ୍ଧ : ବୌଦ୍ଧ ବାଉଁଶୁଣୀ ଥାନା ବହିରା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋକୁ ଏକ ଟ୍ରକ୍ ଧକ୍କା ଦେଇଛି। ଏଥିରେ ୮ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ରବିବାର ଭୋର ସମୟରେ ଟ୍ରକ୍‌ଟି ସୋନପୁର-ବୌଦ୍ଧ ଅଭିମୁଖେ ଯାଉଥିବାବେଳେ ସାମ୍ନା ପଟୁ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ବୋଲେରୋରେ ଥିବା ୮ଜଣ ଗୁରୁତର ହୋଇଥିଲେ।  ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି  ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଥିଲେ । ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories