www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀକଲା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, କାର ଧକ୍କାରେ ୩ ମୃତ

ବାଲିଗୁଡ଼ା: ଜି.ଉଦୟଗିରି ଥାନା ଶ୍ରୀକଲା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। କାର ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ ହୋଇଛି। ୩ ଯୁବକ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଘରକୁ ଫେରୁଥିବାବେଳେ ସେମାନଙ୍କ ବାଇକକୁ ଏକ କାର ଧକ୍କା ଦେଇଥିଲା। ଫଳରେ ୩ଜଣ ବାଇକ ଆରୋହୀଙ୍କ ଘଟରାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୩ଜଣଙ୍କ ଜୀବନ ଯାଇଛି। କଳିଙ୍ଗା ଗ୍ରାମର ଶୁଭମ ନାୟକ, ଗଦିଙ୍ଗିଆ ଗ୍ରାମର ଶଙ୍କର ପ୍ରଧାନ ଓ ଶ୍ରୀହରି ପ୍ରଧାନ କତିଙ୍ଗିଆଠାରୁ ବାଇକ ଯୋଗେ ଜି.ଉଦୟଗିରି ପଟୁ ରାଇକିଆ ଅଭିମୁଖେ ଯାଉଥିଲେ। ଏକ ୱାଗନର କାର ସେମାନଙ୍କ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ହିଁ ସମସ୍ତ ୩ ଜଣଙ୍କର ମୃତ୍ୟୁ ହୋଇଥିଲା।

- Advertisement -

ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କାର ଚାଳକ ଓ ଅନ୍ୟ ଜଣଙ୍କୁ ପୁଲିସ ଅଟକ ରଖି ପଚରାଉଚୁରା କରିବା ପାଇଁ ଥାନାକୁ ନେଇଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories