www.samajalive.in
Sunday, December 7, 2025
18.1 C
Bhubaneswar

ଯୁବକଙ୍କ ମୃତ୍ୟୁକୁ ନେଇ ରାସ୍ତାରୋକ

ବଲାଙ୍ଗିର: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଶୁଣ୍ଢିମୁଣ୍ଡା ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଭୂଦେବ ଗହୀର ବୋଲି ଜଣାପଡିଛି। ଭୂଦେବ ଆଜି ସକାଳୁ ଶୌଚ ପାଇଁ ଯିବାକୁ ରାସ୍ତା ପାର୍ ହେଉଥିବାବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଭୂଦେବଙ୍କର ମୃତ୍ୟୁ ଘଟିଥିବାବେଳେ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ପରିବାର ଏବଂ ସ୍ଥାନୀୟ ଲୋକ ମିଶି ୧୬ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ନୂଆପଡା ଜିଲ୍ଲା ଖଡ଼ିଆଳରୁ କଳାହାଣ୍ଡି ଜିଲ୍ଲାକୁ ଯାତାୟତ ଠପ୍ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ିମଟର ଅଟକି ରହିଛି। ପରେ ଖବର ପାଇ ସିନ୍ଧେକେଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories