www.samajalive.in
Saturday, December 6, 2025
16.1 C
Bhubaneswar

କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

କଲମପୁର : ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା। କ୍ଷତିପୂରଣ ଦାବିରେ ରାଜରାସ୍ତାରେ ମୃତଦେହ ରଖି ରାସ୍ତା ଅବରୋଧ କଲେ ସମ୍ପର୍କୀୟ। ସୂଚନା ଅନୁସାରେ ରବିବାର ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ବାନେର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ଏକ ଅଜଣା ଗାଡି ଧକ୍କାରେ ବାନେର ଗାଁର ଉତ୍ସବ ବାଗ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ  ଜନୈକ ବ୍ୟକ୍ତିଙ୍କୁ ଜୟପାଟଣା ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଉତ୍ସବଙ୍କର ମୃତ୍ୟୁ ଘଟିଥିଲା । ଆଜି ଉତ୍ତ୍ୟକ୍ତ ଗ୍ରାମବାସୀମାନେ କ୍ଷତିପୂରଣ ଦାବିରେ ରାଜରାସ୍ତାରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି।  ଫଳରେ ଜୟପାଟଣା-ମୋଟେର, ବାନେର-ଲଡୁଗାଁ ବାନେର-କାଦୋପଦର ରାସ୍ତାରେ ଗାଡି ମୋଟର ଚଳାଚଳ ବାଧାପ୍ରାପ୍ତ ହେଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories