www.samajalive.in
Sunday, December 7, 2025
26.1 C
Bhubaneswar

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ରାସ୍ତାରୋକ

କନ୍ଧମାଳ: ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ଶନିବାର ବାଲିଗୁଡା-ମୁନିଗୁଡା ରାସ୍ତା ଅବରୋଧ କରାଯାଇଛି । ତୁରନ୍ତ ଅଭିଯୁକ୍ତକୁ ଗିରଫ ଓ କ୍ଷତି ପୂରଣ ଦାବିରେ ଶହ ଶହ ସ୍ଥାନୀୟଲୋକ ହାଟପଦା ନିକଟରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀ ପହଞ୍ଚି ନଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ଶନିବାର ଅପରାହ୍ନରେ ନାବାଳିକା ଜଣଙ୍କ ଶୌଚ କରିବାକୁ ଯାଇ ଆଉ ଫେରିନଥିଲେ । ପରେ ପରିବାର ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ହାତକଟା ଜଙ୍ଗଲରୁ ରକ୍ତାକ୍ତ ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରିଥିଲା ।  କେହି ଦୁର୍ବୃତ୍ତ ନାବଳିକାକୁ ପ୍ରଥମେ ଦୁଷ୍କର୍ମ ଓ ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଏହି ଘଟଣାରେ ପୁଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି । ଶବ ବ୍ୟବଚ୍ଛେଦ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୁଲିସ କହିଛି । ଏହି ଘଟଣା ପରେ ମୃତ ନାବାଳିକାଙ୍କ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତଲୋକଙ୍କ ରାସ୍ତା ଅବରୋଧ ଦ୍ବାରା ଯାତାୟତ ବନ୍ଦ ରହିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories