www.samajalive.in
Monday, December 15, 2025
27.1 C
Bhubaneswar

ଆଜିଠୁ ସଡ଼କ ସୁରକ୍ଷା ପକ୍ଷ : ନିୟମ ଭାଙ୍ଗିଲେ କଡ଼ା ଦଣ୍ଡବିଧାନ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ପକ୍ଷରୁ ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ କରାଯାଉଛି । ଏହି ଅଭିଯାନ ସଡ଼କ ଦୁର୍ଘଟଣା ଓ ମୃତ୍ୟୁ ହାର କମାଇବାକୁ ଲକ୍ଷ୍ୟ ରଖି ଆୟୋଜନ କରାଯାଇଛି । ୧୫ ଦିନ ଧରି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ, ଚଢ଼ଉ, ସଡ଼କ ସୁରକ୍ଷା ଆଦି କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର ହୋଇଛି।
ପରିବହନ ବିଭାଗ ସହିତ ପୁଲିସ, ସ୍ୱାସ୍ଥ୍ୟ ବିଭାଗ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଜଳ ସମ୍ପଦ, ପଞ୍ଚାୟତିରାଜ, ଶିକ୍ଷା, ନଗର ଉନ୍ନୟନ ଆଦି ବିଭାଗ ସହିତ ଏନ୍‌ଏଚ୍‌ଏଆଇ ଏହି ଅଭିଯାନରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କୁ ଆଭାସି ମାଧ୍ୟମରେ ସଡ଼କ ସୁରକ୍ଷା ଶପଥ ଗ୍ରହଣ କରିବେ। ଡିସେମ୍ବରରୁ ପ୍ରାୟ ମାର୍ଚ୍ଚ ପର୍ଯ୍ୟନ୍ତ ପର୍ଯ୍ୟଟନ ତଥା ପିକନିକ୍ ଋତୁ ପରିପ୍ରେକ୍ଷୀରେ ଯାଞ୍ଚ ଓ ସଚେତନତା କାର୍ଯ୍ୟକ୍ରମକୁ କଡ଼ାକଡ଼ି କରିବା ପାଇଁ ନିଷ୍ପତ୍ତି ହୋଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories