www.samajalive.in
Wednesday, December 10, 2025
14.1 C
Bhubaneswar

କଟକରେ ରୋଡ୍‌‌ ସୋ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ

କଟକ: ଆସନ୍ତାକାଲି କଟକରେ ରୋଡ୍‌‌ ସୋ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଗୋପବନ୍ଧୁ ପାର୍କରୁ ଆରମ୍ଭ ହୋଇ ବକ୍ସି ବଜାର ଦେଇ ହେବ ରୋଡ୍‌‌ ସୋ। ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର, ଚାନ୍ଦିନୀ ଚୌକ, ମହମ୍ମଦିଆ ବଜାର, ଶେଖ ବଜାର ହୋଇ ଚଣ୍ଡୀ ମନ୍ଦିର ପାଖରେ ପହଞ୍ଚିବ ରୋଡ୍‌‌ ସୋ। ଅପରାହ୍ନ ୪ଟାରୁ ରୋଡ ସୋ ଆରମ୍ଭ ହେବା ନେଇ କଟକ ନଗର ସଭାପତିଙ୍କ ପକ୍ଷରୁ ସୂଚନା ମିଳିଛି।
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ଅମିତ ଶାହଙ୍କ କଟକ ସହ ଆସିକାର ସୋରଡା ଓ ବୌଦ୍ଧରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଦିନ ୧୨ଟା ୩୦ ମିନିଟରେ ଅମିତ ଶାହ ଭୁବନଶ୍ୱର ବିମାନବନ୍ଦରରେ ପହଂଚିବେ। ସେଠାରୁ ସ୍ୱତନ୍ତ୍ର ବିମାନ ଯେ।।ଗେ ସୋରଡା ଯିବେ। ଦିନ ଗୋଟାଏ ୩୦ରେ ସୋରଡାରେ ଜନସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ଏହାପରେ ୩ଟା ୩୦ରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ସାମିଲ ହେବେ। ସେଠାରୁ କଟକ ଆସି ରୋଡ୍‌‌ ସୋ କରିବାର କାର୍ଯ୍ୟକ୍ରମ ରହିଛି।

 

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories