www.samajalive.in
Monday, December 15, 2025
26.1 C
Bhubaneswar

ଉଚ୍ଚ ଶିକ୍ଷାମନ୍ତ୍ରୀରୁ ହଟିଲେ ରୋହିତ ପୂଜାରୀ, ଅତନୁ ସବ୍ୟସାଚୀଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର : ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ପଦ ହରାଇଛନ୍ତି ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଥିବା ଜଣାପଡ଼ିଛି। ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିଭାଗର ବାର୍ଷିକ ପ୍ରଦର୍ଶନ ଆଧାରରେ ରୋହିତ ପୂଜାରୀଙ୍କ ନେତୃତ୍ୱାଧୀନ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ସବୁଠୁ ଖରାପ ଥିଲା ବୋଲି ଚର୍ଚ୍ଚା ହେଉଛି। ଯେଉଁଥିପାଇଁ ତାଙ୍କୁ ପଦ ହରାଇବାକୁ ପଡ଼ିଲା। ସୂଚନାଯୋଗ୍ୟ ଯେ, ଗତବର୍ଷ ଜୁନ୍ ୫ତାରିଖରେ ବିଭାଗର ଦାୟିତ୍ୱ ନେଇଥିଲେ ରୋହିତ ପୂଜାରୀ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories