www.samajalive.in
Saturday, December 6, 2025
14.1 C
Bhubaneswar

ଫାଟିଲା ଇଲେକ୍ଟ୍ରି ସ୍କୁଟର ବ୍ୟାଟେରୀ, ୩ ଗୁରୁତର

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ଫାଟିଲା ଇଲେକ୍ଟ୍ରି ସ୍କୁଟର ବ୍ୟାଟେରି। ଆଖି ପିଛୁଳାକେ ହୁ ହୁ ହୋଇ ଜଳିଗଲା ବାଇକ୍‌। ଏହି ବିସ୍ଫୋରଣରେ ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଦୁର୍ଘଟଣାରେ ଘରର ଛାତ ଓ କାନ୍ଥ କ୍ଷତିଗ୍ରସ୍ତ ହୋଇଛି । ପରେ ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଗୁରୁତର ହୋଇଥିବା ୩ ବ୍ୟକ୍ତିଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ବ୍ୟାଟେରି ବିସ୍ଫୋରଣର କାରଣ ଜଣାପଡିନି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories