www.samajalive.in
Monday, December 15, 2025
16.1 C
Bhubaneswar

ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କଲେ ଗୃହ ରାଷ୍ଟ୍ରମନ୍ତ୍ରୀ

ରାଉରକେଲା: ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ନିର୍ଦ୍ଧାରିତ ସମୟ ଭିତରେ ସମସ୍ତ କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ମନ୍ତ୍ରୀ ଏହି ଅବସରରେ କହିଛନ୍ତି ଯେ ହକି ପାଇଁ ଓଡ଼ିଶା ଆଜି ସାରା ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ପାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ଅତ୍ୟାଧୁନିକ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ କରାଯାଉଛି। ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ହେଉଛି ଏହାର ଏକ ପ୍ରମୁଖ ଉଦାହରଣ। ଏହି ଷ୍ଟାଡିୟମ ସହିତ ରାଉରକେଲା ସହରରେ ଅନ୍ୟାନ୍ୟ ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଚାଲିଛି। ୨୦୨୩ ପୂର୍ବରୁ ଏହିସବୁ କାର୍ଯ୍ୟ କିପରି ସଠିକ୍ ଭାବେ ଶେଷ ହେବ ତା’ ଉପରେ ଅଧିକ ଧ୍ୟାନ ଦିଆଯାଉଛି।

- Advertisement -

ମନ୍ତ୍ରୀ ଆହୁରି କହିଥିଲେ ଯେ, ୨୦୨୩ ପରୁଷ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ସହରକୁ କିପରି ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ହୋଇପାରିବ ତା’ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ରାଉରକେଲାରେ ଆଉ ୪ଟି ବିଦ୍ୟୁତ ସବ ଷ୍ଟେସନ ନିର୍ମାଣ କରାଯାଉଛି।

ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟଠାରେ ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବୈଠକରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗ ଦେଇଥିଲେ। ସେଠାରେ ସେ ସୁନ୍ଦରଗଡ଼ ଜିଲ୍ଲା ଏବଂ ରାଉରକେଲାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ପଞ୍ଚାୟତସ୍ତରରେ ବିଭିନ୍ନ ଶିଳ୍ପର ପୁନରୁଦ୍ଧାର କରାଯାଇ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ ବୋଲି ମନ୍ତ୍ରୀ କହିଥିଲେ।

ଏହି ସମୀକ୍ଷା ବୈଠକରେ ରାଉରକେଲା ବିଧାୟକ ତଥା ସୁନ୍ଦରଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର, ରାଉରକେଲା ଏସପି ମୁକେଶ କୁମାର ଭାମୁ, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକରଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ଅବସରରେ ମନ୍ତ୍ରୀ ଶ୍ରୀଯୁକ୍ତ ମିଶ୍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ଏବଂ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ପରିଦର୍ଶନ କରିଥିଲେ। ଖେଳାଳିମାନଙ୍କ ପାଇଁ ଅତ୍ୟାଧୁନିକ ସୁବିଧା କରାଯାଉଥିବାରୁ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।

୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପର ଆୟୋଜକ ରହିଛି ଓଡ଼ିଶା। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଆୟୋଜନ କରାଯିବ। ଏହି ଷ୍ଟାଡିୟମରେ ଏକାସାଙ୍ଗେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

ଏହି ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେସନ ମାନର ଆଷ୍ଟ୍ରୋ ଟର୍ଫ ପଡ଼ିଆ ନିର୍ମାଣ କରାଯାଉଛି। ତା’ଛଡ଼ା ଖେଳାଳିଙ୍କ ପାଇଁ ଅଭ୍ୟାସ ପଡ଼ିଆ, ଅତ୍ୟାଧୁନିକ ଫିଟନେସ୍ ସେଣ୍ଟର ସହିତ ରାତିରେ ମ୍ୟାଚ ଖେଳିବା ପାଇଁ ଆଧୁନିକ ସ୍ପୋର୍ଟସ୍ ଲାଇଟର ବ୍ୟବସ୍ଥା କରାଯାଉଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories