www.samajalive.in
Sunday, December 7, 2025
15.1 C
Bhubaneswar

ମିଠା ଦୋକାନରେ ଭୟାବହ ଅଗ୍ନିକାଣ୍ଡ; ଜଣେ ମୃତ, ୨ ଆହତ

ରାଉରକେଲା: ରାଉରକେଲାର ପାନପୋଷ ଛକରେ ବଡ଼ ଧରଣର ଅଘଟଣ ଘଟିଛି ।  ଏକ ମିଠା ଦୋକାନରେ ନିଆଁ ଲାଗିଯିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅଗ୍ନିକାଣ୍ଡରେ ୨ଜଣ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ସିଲିଣ୍ଡର ଫାଟି ଦୋକାନରେ ନିଆଁ ଲାଗିଯାଇଥିବା ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଓମ ସୁଇଟ୍ସ ନାମକ ଏକ ମିଠା ଦୋକାନରେ ଗ୍ୟାସ ଲିକ୍‌ ଯୋଗୁ ରୋଷେଇ ଘରେ ନିଆଁ ଲାଗି ଯାଇଥିଲା । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା l ବିଭିନ୍ନ କର୍ମଚାରୀ ବାହାରିବାରେ ସଫଳ ହୋଇଥିବା ବେଳେ ମୁଖ୍ୟ ରୋଷେୟା ଅରୁଣ କୁମାର ବାହାରକୁ ବାହାରି ପାରିନଥିଲେ l ଫଳରେ ନିଆରେ ପୋଡି ହୋଇ ତାଙ୍କର ମୃତ୍ୟୁ ଘଟିଛି l

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories