www.samajalive.in
Monday, December 15, 2025
27.1 C
Bhubaneswar

ଏନଆଇଟି କ୍ୟାମ୍ପସ ଛାଡ଼ିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦେଶ

ରାଉରକେଲା: ରାଉରକେଲା ଏନଆଇଟିରୁ ୧୪ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପିଲାଙ୍କୁ କ୍ୟାମ୍ପସ ଛାଡ଼ିବାକୁ କର୍ତ୍ତୃପକ୍ଷ ନିର୍ଦେଶ ଦେଇଛନ୍ତି। ଯେଉଁ ପିଲାମାନଙ୍କ କରୋନା ପରୀକ୍ଷା ରିପୋର୍ଟ ନେଗେଟିଭ ଆସିଛି ସେମାନଙ୍କୁ ହଷ୍ଟେଲ ଖାଲି କରିବାକୁ ଅନୁମତି ଦିଆଯାଇଛି। ଯେଉଁମାନେ ପଜିଟିଭ ଚିହ୍ନଟ ହୋଇଛନ୍ତି ସେମାନେ ହଷ୍ଟେଲରେ ରହିବେ ବୋଲି ରେଜିଷ୍ଟ୍ରାର ପ୍ରଦୀକ କୁମାର ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସେହିପରି ଯେଉଁ ପିଲାମାନେ ଆକ୍ରାନ୍ତ ଛାତ୍ରଛାତ୍ରୀଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ବି ହଷ୍ଟେଲରେ ରହିବେ। ସେମାନଙ୍କ କୋଭିଡ ପରୀକ୍ଷା କରାଯିବା ଲାଗି ବ୍ୟବସ୍ଥା ହୋଇଥିବା କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତକାଲି ରାଉରକେଲା ଏନଆଇଟିର ୧୪ ଛାତ୍ରଛାତ୍ରୀ କୋଭିଡ ପଜିଟିଭ ଜିହ୍ନଟ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଏଭଳି ପଦକ୍ଷେପ ନେଇଥିବା ସୂଚନା ମିଳିଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories