www.samajalive.in
Sunday, December 7, 2025
26.1 C
Bhubaneswar

ଆଜିଠୁ ମୋହନ ଭାଗବତଙ୍କ ଓଡିଶା ଗସ୍ତ

ଭୁବନେଶ୍ୱର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଡ. ଭାଗବତ ତାଙ୍କ ପ୍ରବାସ ସମୟରେ ଓଡିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସାକ୍ଷାତ କରିବେ ବୋଲି ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ରବିନାରାୟଣ ପଣ୍ଡା କହିଛନ୍ତି। ସେ କହିଛନ୍ତି ଯେ ଅଗଷ୍ଟ ୨୬ରେ ଡ. ଭାଗବତ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବେ। ଏହି ବୈଠକରେ ସାଧାରଣତଃ ସାଙ୍ଗଠନିକ ବିଷୟ ଉପରେ ଆଲୋଚନା ହେବ। ଏଥିସହିତ କରୋନା ସଂକ୍ରମଣରେ ପୀଡିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସ୍ୱୟଂସେବକମାନଙ୍କ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରାଯିବ। ଏହି ପରିପ୍ରେକ୍ଷୀରେ ଆବଶ୍ୟକ ପ୍ରଶିକ୍ଷଣ (ତାଲିମ) ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ, କିନ୍ତୁ କୌଣସି ସାଧାରଣ ସଭାର ଆୟୋଜନ କରାଯାଉନାହିଁ ବୋଲି ଶ୍ରୀ ପଣ୍ଡା ଜଣାଇଛନ୍ତି।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories