www.samajalive.in
Saturday, December 6, 2025
14.1 C
Bhubaneswar

୪୮ ଘଣ୍ଟାରେ ବର୍ଷା

ଭୁବନେଶ୍ବର : ମିଆଁମାର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳେ ଉତ୍ତର-ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଗତି କରିବ। ଏହାର ପ୍ରଭାବରେ ଓଡ଼ିଶାର ଉତ୍ତର ଉପକୂଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନ୍ୟ ଜିଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର, କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲିଠାରୁ କିଛି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧ ରୁ ୩ ତାରିଖ ଯାଏଁ ବର୍ଷା ହେବ। ୪ ତାରିଖରେ ବର୍ଷା ପ୍ରଭାବ କମିବ। ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ୩୦ ତାରିଖ ସକାଳ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟ କେତେକ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ୩୦ ତାରିଖ ସକାଳରୁ ୧ ତାରିଖ ସକାଳ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ସମ୍ବଲପୁର, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଏସବୁ ସ୍ଥାନ ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି। ୧ ରୁ ୩ ତାରିଖ ଯାଏଁ ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୪ ତାରିଖରେ ବର୍ଷା ପରିମାଣ ହ୍ରାସ ପାଇବ।
ବର୍ଷା ଯୋଗୁଁ ତଳୁଆ ଅଞ୍ଚଳ ଓ ଚାଷଜମିରେ ଜଳବନ୍ଦୀ ସମସ୍ୟା ଦେଖାଯାଇପାରେ। ଜଳ ନିଷ୍କାସନ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି। ମାଟି ରାସ୍ତା ଓ ଘରର କାନ୍ଥ ଭୁଶୁଡ଼ି ପଡ଼ିବା, ଜଳବନ୍ଦୀ ଯୋଗୁଁ ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି। ଚାଷୀଙ୍କୁ ଏହି ସମୟରେ ସାର ଓ ରସାୟନ ପ୍ରୟୋଗ ନ କରିବା ଏବଂ ଗୃହପାଳିତ ପଶୁଙ୍କୁ ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories