www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ୯ କୋଟି ଚାଷୀଙ୍କ ଖାତାକୁ ଯିବ ୧୮ ହଜାର କୋଟି

ନୂଆଦିଲ୍ଳୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ୍‍ ସମ୍ମାନନିଧି ଯୋଜନା ଅଧୀନରେ ୯ କୋଟି ଚାଷୀଙ୍କ ବ୍ୟାଙ୍କ୍‍ ଜମାଖାତାକୁ ୧୮ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ। ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ପୁଶ୍‍ ବଟନ୍‍ ଦ୍ୱାରା ଏହି ଅର୍ଥ ହସ୍ତାନ୍ତର ହେବ। ଏହି ଅବସରରେ ବିଭିନ୍ନ ରାଜ୍ୟର କୃଷକଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। ପି.ଏମ୍‍.-କିଷାନ୍‍ ଏବଂ କୃଷକଙ୍କ କଲ୍ୟାଣ ପାଇଁ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଏହି କୃଷକମାନେ ସେମାନଙ୍କ ଅଭିଜ୍ଞତା ସମ୍ପର୍କରେ ମତ ରଖିବେ। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।

ପିଏମ୍‍-କିଷାନ ଯୋଜନାରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସରକାର ବାର୍ଷିକ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ପ୍ରତି ୪ ମାସରେ ଥରେ ୩ଟି କିସ୍ତିରେ ଏହି ଅର୍ଥ ପ୍ରଦାନ କରାଯାଉଛି। ତେବେ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ଏହି ଅର୍ଥ ସିଧାସଳଖ ହସ୍ତାନ୍ତର ହେଉଛି। ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ କୃଷିମନ୍ତ୍ରୀ ଶ୍ରୀ ତୋମାର କହିଛନ୍ତି, ଡିସେମ୍ବର ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିବସକୁ ସୁଶାସନ ଦିବସ ଭାବେ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦାୟିତ୍ୱ ଗ୍ରହଣ କରିବା ପରେ ଉତ୍ତମ ଶାସନ, ସ୍ୱଚ୍ଛତା ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତରକୁ ପ୍ରୋତ୍ସାହିତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ମୋଦୀ ସରକାର କୃଷିକ୍ଷେତ୍ରକୁ ସୁଦୃଢ଼ କରିବାପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କୃଷିମନ୍ତ୍ରୀ ଶ୍ରୀ ତୋମାର କହିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories