www.samajalive.in
Monday, December 15, 2025
17.1 C
Bhubaneswar

ଗ୍ରାମାଞ୍ଚଳ ସାମ୍ବାଦିକଙ୍କ ପାଇଁ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା

ଭଦ୍ରକ: ଭଦ୍ରକ ଡିଆରଡିଏ ସମ୍ମିଳନୀ କକ୍ଷରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ଆୟୋଜିତ ହୋଇଛି। କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ପତ୍ର ସୂଚନା କାର୍ୟ୍ୟାଳୟ, ଭୁବନେଶ୍ୱର ତରଫରୁ ଏହି ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳାକୁ ଡିଆରଡିଏ ଭଦ୍ରକର ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ପତ୍ର ସୂଚନା କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରେସ ରେଜିଷ୍ଟ୍ରାର ଶୈଳଶ କୁମାର ମାଲବ୍ୟ ଏହି କର୍ମଶାଳାରେ ସଭାପତିତ୍ୱ କରି ସରକାରଙ୍କର ଜନକଲ୍ୟାଣକାରୀ ଯୋଜନାକୁ ସାଧାରଣ ଜନତାଙ୍କ ପାଖରେ ପହଞ୍ଚାଇବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ରଖିଥିଲେ । ସେ ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ କିପରି ସଚେତନତା ସୃଷ୍ଟି କରାଇବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥାନ୍ତି ଓ ବିଭିନ୍ନ ଯୋଜନାର ସୁଫଳ କିପରି ଲୋକ ପାଇବେ ସେ ସମ୍ପର୍କରେ ସେମାନଙ୍କର ଲେଖା ଓ ରିପୋର୍ଟ ସହାୟକ ବୋଲି କହିଥିଲେ।

ଏହି କର୍ମଶାଳାରେ ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ନିମଯୁକ୍ତ ୟୁରିଆ ଯୋଗାଣ, ମୃର୍ତ୍ତିକା ସ୍ୱାସ୍ଥ୍ୟ କାର୍ଡ, ସୁକନ୍ୟା ସମୃଦ୍ଧି ଯୋଜନା, ଭାରତୀୟ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ, ସ୍ୱଚ୍ଛ ଭାରତ ଅଭିଯାନ, ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଜୀବନଜ୍ୟୋତି ବୀମା ଯୋଜନା, ଅଟଳ ପେନସନ ଯୋଜନା, ମୁଦ୍ରା ଯୋଜନା, ସୌଭାଗ୍ୟ ଯୋଜନା, ଉଜାଲା ଯୋଜନା ଏବଂ ଉଜ୍ଜ୍ୱଳା ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା।

- Advertisement -

ଏହି ଦିନିକିଆ କର୍ମଶାଳାରେ ଭଦ୍ରକର ୭୦ରୁ ଊର୍ଦ୍ଧ୍ଵ ସାମ୍ବାଦିକ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଓ ନିଜ ମତାମତ ରଖିଥିଲେ। ପତ୍ର ସୂଚନା କାର୍ଯ୍ୟାଳୟର ଗଣଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କର୍ମଶାଳାକୁ ପରିଚାଳନା କରିଥିଲେ। ଏଥିରେ ଭଦ୍ରକ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଗୋଲଖ ଚନ୍ଦ୍ର ବେହେରା ଓ ବରିଷ୍ଠ ସାମ୍ବାଦିକ ଶ୍ରୀ ଅମର ନାୟକ ଯୋଗ ଦେଇଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories