www.samajalive.in
Tuesday, December 9, 2025
16.1 C
Bhubaneswar

ଟାରିଫ ଲାଗୁ ପରେ ବି ଭାରତ ଗସ୍ତରେ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍

ନୂଆଦିଲ୍ଲୀ: ଭାରତ ଗସ୍ତରେ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ତାଙ୍କ ମସ୍କୋ ଗସ୍ତ ସମୟରେ ଏହି ସୂଚନା ଦେଇଛନ୍ତି ।

ଡୋଭାଲ କହିଛନ୍ତି, ରାଷ୍ଟ୍ରପତି ପୁଟିନ ଏହି ବର୍ଷ ଶେଷରେ ଭାରତ ଆସିପାରନ୍ତି। ତେବେ ଚାରି ବର୍ଷ ପରେ ପୁଟିନଙ୍କ ଏହା ପ୍ରଥମ ଭାରତ ଗସ୍ତ ହେବ। ପୁଟିନଙ୍କ ଗସ୍ତର ଖବର ଏପରି ସମୟରେ ଆସୁଛି ଯେତେବେଳେ ଭାରତ, ଋଷ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଜାରି ରହିଛି । ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଏକ ବଡ଼ ରଣନୀତି ପ୍ରସ୍ତୁତ କରିବେ ବୋଲି ଆଶା କରାଯାଉଛି।

- Advertisement -

ଭାରତର ଏନଏସଏ ଅଜିତ ଡୋଭାଲ ତାଙ୍କ ମସ୍କୋ ଗସ୍ତ ସମୟରେ କହିଛନ୍ତି ଯେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ତାରିଖ ଉପରେ ବିଚାର କରାଯାଉଛି । ଏନଏସଏ ତାଙ୍କ ବୈଠକରେ କୌଣସି ନିର୍ଦ୍ଦିଷ୍ଟ ତାରିଖ କିମ୍ବା ସମୟ ସୂଚିତ କରିନାହାଁନ୍ତି। ତେବେ ପୂର୍ବରୁ ଅନୁମାନ କରାଯାଉଥିଲା ଯେ ପୁଟିନ ଅଗଷ୍ଟ ଶେଷରେ ଭାରତ ଆସିପାରନ୍ତି। ଯଦିଓ ପରେ ଏହାକୁ ଖଣ୍ଡନ କରାଯାଇଥିଲା।

ଭାରତୀୟ ଆମଦାନୀ ଉପରେ ଟ୍ରମ୍ପଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୨୫ ପ୍ରତିଶତ ଶୁଳ୍କ ଗୁରୁବାରଠାରୁ କାର୍ଯ୍ୟକାରୀ ହୋଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଆମେରିକାର ଲାଭ ଉଠାଇଥିବା ଦେଶଗୁଡ଼ିକରୁ ତାଙ୍କ ଦେଶକୁ କୋଟି କୋଟି ଡଲାର ମୂଲ୍ୟର ଶୁଳ୍କ ଆସିବା ଆରମ୍ଭ ହେବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories