www.samajalive.in
Friday, December 5, 2025
26.1 C
Bhubaneswar

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତା ପ୍ରସଙ୍ଗ। ଯାହାକୁ ରୁଷ ପୁନର୍ବାର ସମର୍ଥନ ଜଣାଇଛି।

ସମ୍ମିଳନୀରେ ରୁଷ ପକ୍ଷରୁ ଜାତିସଂଘ ନିରାପତ୍ତା ପରିଷଦ(ୟୁଏନଏସସି)ରେ ଗଠନମୂଳକ ସଂସ୍କାର ଅଣାଯିବା ଜରୁରୀ ବୋଲି କୁହାଯାଇଛି। ସାମ୍ପ୍ରତିକ ବୈଶ୍ଵିକ ପରିସ୍ଥିତି ଏବଂ ବାସ୍ତବତାକୁ ଦୃଷ୍ଟିରେ ରଖି ୟୁଏନଏସସିକୁ ଅଧିକ ପ୍ରଭାବଶାଳୀ ଏବଂ ଦକ୍ଷ କରିବା ଲାଗି ସଂସ୍କାର ଜରୁରୀ ବୋଲି ରୁଷ କହିଛି, ଯାହାଦ୍ବାରା ଅନ୍ତର୍ଜାତୀୟ ଶାନ୍ତି ଏବଂ ନିରାପତ୍ତା ପ୍ରସଙ୍ଗକୁ ଠିକ୍‌ ଭାବେ ମୁକାବିଲା କରାଯାଇପାରିବ। ୟୁଏନଏସସି ପରିସରକୁ ବ୍ୟାପକ କରାଯିବା ଜରୁରୀ ଏବଂ ଏଥିରେ ଭାରତକୁ ସ୍ଥାୟୀ ସଦସ୍ୟତା ମିଳିବା ଅତ୍ୟନ୍ତ ଆବଶ୍ୟକ ବୋଲି ରୁଷ କହିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories