www.samajalive.in
Saturday, December 6, 2025
16.1 C
Bhubaneswar

ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରୁଷ-ୟୁକ୍ରେନ ମଧ୍ୟରେ ଆଜି ଯୁଦ୍ଧର ୧୨ ଦିନ। ଏହା ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ କଥା ହୋଇଛନ୍ତି। ଫୋନ ଯୋଗେ ପ୍ରାୟ ୩୫ ମିନିଟ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। କଥା ହେବା ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ୟୁକ୍ରେନରୁ ଭାରତୀୟଙ୍କୁ ସୁରକ୍ଷିତ ଉଦ୍ଧାର ହୋଇଥିବା ନେଇ ଧନ୍ୟବାଦ ଜଣାଇଛନ୍ତି। ରୁଷ ପକ୍ଷରୁ ଜାରି ରହିଥିବା ଯୁଦ୍ଧକୁ ନେଇ ମଧ୍ୟ ଚର୍ଚ୍ଚା କରିଛନ୍ତି। ୟୁକ୍ରେନର ସୁମୀରେ ଫସିରହିଥିବା ଭାରତୀୟଙ୍କୁ ଉଦ୍ଧାର ଅଭିଯାନ ପାଇଁ ଆଲୋଚନା କରିଛନ୍ତି। ବର୍ତ୍ତମାନ ମଧ୍ୟ ୫୦୦ ରୁ ଅଧିକ ଭାରତୀୟ ସୁମୀରେ ଫସି ରହିଛନ୍ତି ବୋଲି ସୂଚନା ମିଳିଛି।
ସେହିପରି ୟୁକ୍ରେନର ୪ ସହର ପାଇଁ ସାମୟିକ ଯୁଦ୍ଧ ବିରତି ଘୋଷଣା କରିଛି  ରୁଷ । କୀଭ୍‍ , ସୁମି, ମାରିଓପଲ, ଖାରକିଭ୍‍ ରେ ଯୁଦ୍ଧ ବିରତି ଘୋଷଣା କରିଛି। ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ  ଭାରତୀୟ ସମୟାନୁସାରେ ଦିନ ୧୨ଟା ୩୦ରୁ ଯୁଦ୍ଧ ବିରତି ଘୋଷଣା କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories