ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

0

ରାଜକିଶୋରନଗର  : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟସ୍ତରୀୟ କୃଷକ ଦିବସ ଓ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ବୁଧବାର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅନ୍ତର୍ଗତ ନାକ୍‍ଚିଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଅଖିମୁଠି ଅନୁକୂଳ କରିଥିଲେ। ନାକ୍‍ଚି ମାହେଶ୍ୱରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଅଖିମୁଠି ଅନୁକୂଳ ପାଇଁ କ୍ଷେତ୍ର ପ୍ରସ୍ତୁତ କରାଯାଇଥିଲା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ପଞ୍ଚାୟତିରାଜ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ପ୍ରଦୀପ ମହାରଥି, ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ଆଠମଲ୍ଲିକ ବିଧାୟକ ସଞ୍ଜିବ କୁମାର ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଅନୁଗୋଳ ଜିଲାପାଳ ଅନିଲ କୁମାର ସାମଲ, ଆଠମଲ୍ଲିକ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଚିତ୍ତରଞ୍ଜନ କର୍ଣ୍ଣ, କୃଷିବିଭାଗର ବରିଷ୍ଠ ଅଧିକାରୀ ଏବଂ ସ୍ଥାନୀୟ ଜନସାଧାରଣ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

Leave A Reply