www.samajalive.in
Sunday, December 14, 2025
23.1 C
Bhubaneswar

ସୁରେଶ ପ୍ରଭୁଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ : ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏ ସମ୍ବନ୍ଧୀୟ ସୂଚନା ଟ୍ୱିଟର ମାଧ୍ୟମରେ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁପାରିସ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଭୁଙ୍କୁ ଏହି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି ବୋଲି ଏହି ଟ୍ୱିଟର ବାର୍ତ୍ତାରେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ ଯେ ତେଲୁଗୁ ଦେଶମ ପାର୍ଟିର ଅଶୋକ ଗଜପତି ରାଜୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ ଶ୍ରୀ ପ୍ରଭୁଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଶ୍ରୀ ରାଜୁ ଏବଂ ତାଙ୍କ ଦଳର ୱାଇ.ଏସ୍‌ ଚୌଧୁରୀ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେବା ପରେ ରାଷ୍ଟ୍ରପତି ଏହାକୁ ଗ୍ରହଣ କରି ଥିଲେ। ଆନ୍ଧ୍ର ପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ ଏହି ଦୁଇ ମନ୍ତ୍ରୀ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories