www.samajalive.in
Tuesday, November 18, 2025
16.1 C
Bhubaneswar

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ଶ୍ରୀଲଙ୍କା ଗସ୍ତ ବାତିଲ

କେପ୍‌ଟାଉନ୍ : ଆସନ୍ତା ଜୁନ୍‌ରେ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୩ଟି ଲେଖାଏଁ ଦିନିକିଆ ଓ ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭୂତାଣୁ ସଂକ୍ରମଣଜନିତ କାରଣରୁ ଏହି ସିରିଜ୍‌କୁ ବାତିଲ କରି ଦିଆଯାଇଥିବା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ ତରଫରୁ ସୋମବାର ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଏ ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ବୋର୍ଡର କାର୍ଯ୍ୟକାରୀ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟା​‌େ​‌କ୍ବସ୍‌ ଫାଲ୍‌ କହିଛନ୍ତି ଶ୍ରୀଲଙ୍କା ଗସ୍ତ​‌େ​‌ର ଯାଇ କ୍ରିକେଟ୍‌ ସିରିଜ୍‌ ଖେଳିବାକୁ ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ମାନେ ବେଶ୍‌ ଉତ୍ସାହିତ ଥିଲେ। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସିରିଜ୍‌କୁ ବାତିଲ କରିବାକୁ ନିଷ୍ପତ୍ତି ହୋଇଛି। ଆଗାମୀ ଦିନରେ ପରିସ୍ଥିତିରେ ଉନ୍ନତି ଆସିଲେ ପୁନର୍ବାର ଏହି ସିରିଜ୍‌ ଆୟୋଜନ ସଂପର୍କରେ ଚିନ୍ତା କରାଯିବ।

Hot this week

ଯାଜପୁର ଜିଲା ଜଖପୁର ଜଙ୍କସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ସମାଜଲାଇଭ ଡେସ୍କ: ଯାଜପୁର ଜିଲା ଜଖପୁର ଜଙ୍କସନରେ ସୋମବାର ରାତିରେ ଏକ...

ପରଲୋକରେ ତାରକା କଣ୍ଠଶିଳ୍ପୀ ହ୍ୟୁମାନ୍‌‌ ସାଗର

କଟକ: ଓଡ଼ିଆ ସଙ୍ଗୀତ ଜଗତର ଉଦୀୟମାନ ଗାୟକ ତଥା ତାରକା କଣ୍ଠଶିଳ୍ପୀ...

୫୦ ବର୍ଷ ପରେ ପ୍ରେକ୍ଷାଳୟକୁ ଫେରୁଛି ‘ଶୋଲେ’

ମୁମ୍ବାଇ ୧୭/୧୧: ଭାରତୀୟ ସିନେମାର କ୍ଲାସିକ୍ ଫିଲ୍ମ "ଶୋଲେ" ପୁଣି ଥରେ ବଡ଼...

ଷ୍ଟେସନରୁ ୮ ଶ୍ରମିକ ଓ ୫ ଶିଶୁ ଉଦ୍ଧାର, ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଳ ଷ୍ଟେସନ ଅଞ୍ଚଳରୁ ୮ଜଣ ଦାଦନ ଶ୍ରମିକଙ୍କ ସହ...

ଦିଲ୍ଲୀ ବିସ୍ଫୋରଣ: ସହଯୋଗୀ ଷଡ଼ଯନ୍ତ୍ରକାରୀ ଆତଙ୍କୀ ଗିରଫ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ସହଯୋଗୀ...

Related Articles

Popular Categories