www.samajalive.in
Monday, December 8, 2025
27.1 C
Bhubaneswar

ସବ୍‌କା ସାଥ୍, ସବ୍‌କା ବିକାଶ ନୁହେଁ, ସବ୍‌କା ବିନାଶ୍ ହେଉଛି: ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର: ଆସନ୍ତାକାଲି ହେବାକୁ ଥିବା ଭାରତ ବନ୍ଦ ଡାକରାକୁ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରତିକିୟା ମିଳିଛି। ବନ୍ଦକୁ ସମର୍ଥନ କରୁଛୁ ବୋଲି ସେ କହିଛନ୍ତି। ଦରଦାମ ଓ ବେକାରୀ ବୃଦ୍ଧି ରୋକିବାରେ କେନ୍ଦ୍ର ସରକାର ଅସଫଳ ହୋଇଛନ୍ତି। ସବ୍‌କା ସାଥ୍, ସବ୍‌କା ବିକାଶ ନୁହେଁ, ସବ୍‌କା ବିନାଶ୍ ହେଉଛି ବୋଲି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗଣମାଧ୍ୟମରେ କହିଛନ୍ତି। ସେହିପରି ଭାରତ ବନ୍ଦ ଡାକରାକୁ ଗତକାଲି ରାଜ୍ୟ କଂଗ୍ରେସ ପକ୍ଷରୁ ସମର୍ଥନ କରାଯାଇଥିଲା।

ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ବିଜେପିର ବରିଷ୍ଠ ନେତା ପୃଥ୍ବୀରାଜ ହରିଚନ୍ଦନ କୁହିଛନ୍ତି ଯେ, ବିଜେଡି ଏମିତି ଐତିହାସିକ ଭୁଲ ନକରୁ। କଂଗ୍ରେସ ଓ ବାମପଂଥୀ ଦଳ ଆନ୍ଦୋଳନ ନାଁରେ ହିଂସା ଘଟାନ୍ତି। ସେମାନେ ନିଜ ଅସ୍ତିତ୍ବ ବଞ୍ଚାଇବାକୁ ଉଦ୍ୟମ କରୁଛନ୍ତି।

- Advertisement -

ସୂଚନାଯୋଗ୍ୟ, ଆସନ୍ତାକାଲି ଏନଡିଏ ସରକାରଙ୍କ ଦମନକାରୀ ନୀତି ପ୍ରତିବାଦରେ ୧୦ଟି ଶ୍ରମିକ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରାକୁ ଦେଶର ବିଭିନ୍ନ କୃଷକ ସଙ୍ଗଠନ ସମର୍ଥନ କରୁଛି ବୋଲି ଶ୍ରମିକ ସଙ୍ଗଠନ ସିଟୁର ସାଧାରଣ ସମ୍ପାଦକ ତପନ ସେନ କହିଛନ୍ତି। ଏହି ୨୪ ଘଣ୍ଟିଆ ବନ୍ଦ ପାଳନରେ ଲକ୍ଷଲକ୍ଷ ଶ୍ରମିକଙ୍କ ସହ ବ୍ୟାଙ୍କ କର୍ମଚାରୀ, ଶିକ୍ଷକ, ବୀମା କ୍ଷେତ୍ରର କର୍ମଚାରୀ ଏବଂ ରେଳବାଇରେ କାର୍ୟ୍ୟ କରୁଥିବା ଶ୍ରମିକ ଏବଂ ବନ୍ଦର ଶ୍ରମିକ ମାନେ ମଧ୍ୟ ସାମିଲ ହେବେ ବୋଲି ଜଣାପଡିଛି। ୨୪ ଘଣ୍ଟିଆ ଭାରତ ବନ୍ଦ ପାଳନ ଫଳରେ ସାରା ଦେଶରେ ଗାଡି ମୋଟର ଚଳାଚଳ ସହ ରେଳ ସେବା, ବ୍ୟାଙ୍କ ସେବା ଏବଂ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସେବା ପ୍ରଭାବିତ ହେବ।

Hot this week

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

Related Articles

Popular Categories