www.samajalive.in
Friday, December 5, 2025
17.1 C
Bhubaneswar

ଓଡ଼ିଶାରେ କରମୁକ୍ତ ହେଲା ‘ସାବରମତି ରିପୋର୍ଟ’ ଚଳଚ୍ଚିତ୍ର

ଭୁବନେଶ୍ୱର: ଓଡ଼ିଶାରେ ‘ସାବରମତି ରିପୋର୍ଟ’ ଚଳଚ୍ଚିତ୍ରକୁ କରମୁକ୍ତ କରାଯାଇଛି। ଏ ସଂକ୍ରାନ୍ତରେ ଆଜି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଓଡ଼ିଶାରେ ‘ସାବରମତି ରିପୋର୍ଟ’କୁ କରମୁକ୍ତ କରାଯିବା ନେଇ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ବିଭରଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତି ରିପୋର୍ଟ’, ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ। ଏହି ମର୍ମନ୍ତୁତ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଛି। ଏହି ଚଳଚ୍ଚିତ୍ରର ଗୁଣାତ୍ମକ ତଥା ଭାବାତ୍ମକ କାହାଣୀ ଦୃଷ୍ଟିରୁ ଚଳଚ୍ଚିତ୍ରଟିକୁ ଅଧିକ ଲୋକ ଦେଖବା ଆବଶ୍ୟକ। ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶକ୍ରମେ ଚଳଚ୍ଚିତ୍ରଟିକୁ ଓଡ଼ିଶାରେ କରମୁକ୍ତ କରାଗଲା। ଏହି ନିର୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରାଯାଇଥିବା ନେଇ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟ୍ବିଟ କରି କହିଛନ୍ତି ଯେ ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ଲୋକଙ୍କ ସରକାର ନିଷ୍ପତ୍ତି ନେଇଛନ୍ତି। କିଛି ସ୍ଵାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ଵାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନି କାଣ୍ଡରେ କିଭଳି ଭାବରେ କାରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଏଭଳି ଏକ ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ ଏବଂ ସାଧାରଣ ଜନତା ଅଧିକ ସଚେତନ ହେବେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories