www.samajalive.in
Friday, December 12, 2025
14.1 C
Bhubaneswar

ଲିଙ୍ଗରାଜଙ୍କ ଦର୍ଶନ କଲେ ଦେଶର ପ୍ରଥମ ମହିଳା ସବିତା କୋବିନ୍ଦ

ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ଦେଶର ପ୍ରଥମ ମହିଳା ତଥା ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ। ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିବା ପରେ ମନ୍ଦିର ପ୍ରଶାସନ ପକ୍ଷରୁ ସବିତା କୋବିନ୍ଦଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ଲିଙ୍ଗରାଜ ମନ୍ଦିର ମଧ୍ୟକୁ ଯାଇ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ସହ ଐତିହାସିକ କିର୍ତ୍ତୀରାଜିକୁ ବୁଲି ଦେଖିଥିଲେ। ଦେଶର ପ୍ରଥମ ମହିଳାଙ୍କ ଲିଙ୍ଗରାଜ ମନ୍ଦିର ପରିଦର୍ଶନ ପାଇଁ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା।

ଏଠାରେ ସୂଚନାଯୋଗ୍ୟ ୨ ଦିନିଆ  ଓଡିଶା ଗସ୍ତରେ ଥିବା ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ତାଙ୍କ ଧର୍ମପତ୍ନୀ  ସବିତା କୋବିନ୍ଦ ମଧ୍ୟ ଓଡିଶା ଆସିଛନ୍ତି। ରାଷ୍ଟ୍ରପତି ଆଜି ଖୋର୍ଦ୍ଧାର ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ  କରିବା ସହ ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଳାଟିନମ୍ ଜୁବିଲି କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେଇ ଥିଲେ। ଏହାପରେ ରାଷ୍ଟ୍ରପତି ଏବଂ ତାଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ ରାଜଭବନ ଫେରିଥିଲେ। ଆଜି ସନ୍ଧ୍ୟା ୫ ଟାରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories