www.samajalive.in
Monday, December 8, 2025
13.1 C
Bhubaneswar

ମେ’ ୨୬ରେ ସାବିତ୍ରୀ ଅମାବାସ୍ୟା ଛୁଟି

ଭୁବନେଶ୍ୱର : ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା। ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

୫୦ ବର୍ଷ ପରେ ଶକ୍ତିଶାଳୀ ଯୋଗ ; ଏକାଠି ହେବେ ଗୁରୁ-ବୁଧ, ଏହି ରାଶି ହେବେ ଭାଗ୍ୟବାନ୍‌, କିଣିବେ ଘର, ଗାଡି, ହଠାତ୍‌ ହେବେ ଧନୀ, ଦରମା ବି ବଢିବ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories