www.samajalive.in
Wednesday, December 10, 2025
26.1 C
Bhubaneswar

ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟରେ ନାମଞ୍ଜୁର

ନୂଆଦିଲ୍ଲୀ: ମାଓ ନେତା ସବ୍ୟସାଚୀ ପଣ୍ଡାଙ୍କୁ ଏକ ବଡ଼ ଝଟକା ଲାଗିଛି । ନୟାଗଡ଼ ଥାନା ଆକ୍ରମଣ ଘଟଣାରେ ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ନାମଞ୍ଜୁର କରିଦେଇଛନ୍ତି । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଏନ ଭି ରମନ୍ନା ଓ ଜଷ୍ଟିସ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ବେଞ୍ଚ ସେମାବାର ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି।

ସୂଚନାଯୋଗ୍ୟ, ନୟାଗଡ଼ ଥାନା ଆକ୍ରମଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ସବ୍ୟସାଚୀ ପଣ୍ଡା ଆଡିସନାଲ ସେସନ୍ସ କୋର୍ଟ ଜାମିନ ଆବେଦନ କରିଥିଲେ । ୨୦୧୭ ମସିହାରେ ସେସନ୍ସ କୋର୍ଟ ନାମଞ୍ଜୁର କରି ଦେଇଥିଲେ। ନିମ୍ନ ଅଦାଲତଙ୍କ ଏହି ରାୟକୁ ଚାଲ୍ୟଞ୍ଚ କରି ସବ୍ୟସାଚୀ ପଣ୍ଡା ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ । ୨୦୧୮ ମସିହାରେ ହାଇକୋର୍ଟ ମଧ୍ୟ ସବ୍ୟସାଚୀଙ୍କ ଜାମିନ ଆବେଦନକୁ ଖାରଜ କରଦେଇଥିଲେ। ହାଇକୋର୍ଟଙ୍କ ଏହି ରାୟ ବିରୋଧରେ ସବ୍ୟସାଚୀ ପଣ୍ଡା ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ । ସୁପ୍ରିମକୋର୍ଟ ଆଜି ତାହାକୁ ଖାରଜ କରି ଦେଇଛନ୍ତି ।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories